ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୨୪ ହଜାର ୮୫୦ ନୂଆ ଆକ୍ରାନ୍ତ ଚିହ୍ନଟ, ୬୧୩ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବା ସହ ଦ୍ରୁତଗତିରେ ବଢ଼ିଚାଲିଛି ସଂକ୍ରମଣ। ଏଥିସହିତ ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ରେକର୍ଡ କରିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ପୁଣି ୨୪ ହଜାର ୮୫୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ୬୧୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି।

ଏଥିସହିତ ଦେଶରେ ମୋଟ୍ କରୋନା ସଂକ୍ରମତିଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୧୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୯ ହଜାର ୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯ ହଜାର ୨୮୩ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଦେଶରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୪୪ ହଜାର ୮୧୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିିକିତ୍ସିତ ହେଉଛନ୍ତି।