ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏବେ ମୌସୁମୀ ବାୟୁ ସକ୍ରିୟ ଥିବାବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କିଛି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଟକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ଅନୁଗୁଳ, କେଉଁଝର, ଦେଓଗଡ଼, ମୟୁରଭଞ୍ଜ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଭଦ୍ରକ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।