ବରିଷ୍ଠ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

ବରଗଡ,ଏନ୍ଏନ୍ଏସ୍: ବରିଷ୍ଠ ବିଜେପି ନେତ୍ରୀ ତଥା ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ତାଙ୍କୁ ବରଗଡ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତି କରାଯାଇଛି। ପ୍ରାଥମିକ ଚିକିତ୍ସାରୁ ତାଙ୍କ ଫୁସଫୁସରେ ପାଣି ଜମିଥିବା ଜଣାପଡିଛି। ଏବେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇ ଭେଣ୍ଟିଲେଟରରେ ରଖାଯାଇଛି।

ଦୀର୍ଘ ଦିନରୁ ସେ ଡାଇବେଟିସ୍ ଓ ଶ୍ୱାସ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇଆସୁଥିଲେ। ମାତ୍ର ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଛି। ଅନ୍ୟପଟେ ରାଧାରାଣୀଙ୍କ ଅସୁସ୍ଥତା ଖବରପାଇ ବ୍ରଜରାଜନଗରର ଜନ ସାଧାରଣ, ଦଳୀୟ ସମର୍ଥକ ଏବଂ କର୍ମକର୍ତ୍ତା ଆଶୁ ଆରୋଗ୍ୟ କାମନା କରିଛନ୍ତି।