ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ୨୬୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୬,୪୮୬କୁ ବୃଦ୍ଧି ପାଇଛି। ଏଥିସହିତ ଗଞ୍ଜାମରୁ ସର୍ବାଧିକ ୭୩ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୨୬୨ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୭୩ଜଣ ରହିଥିବାବେଳେ ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡ଼ାରୁ ୧୬, କଟକରୁ ୧୫, ବରଗଡ଼ରୁ ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକ ଓ ପୁରୀରୁ ୧୨ ଲେଖାଏଁ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଯାଜପୁର ଓ ସୁନ୍ଦରଗଡ଼ରୁ ୪ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ନୟାଗଡ଼ ଓ ନବରଙ୍ଗପୁରରୁ ୩ ଲେଖାଏଁ, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଥିବାବେଳେ ୬, ୪୮୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୩୮ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୦୦୨ଜଣ ଚିକିତ୍ସାଧୀନ ଅଛନ୍ତି।