ଭୁବନେଶ୍ୱର,ଏନ୍ଏନ୍ଏସ୍: ମଙ୍ଗଳବାର ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ କମଳ ଲୋଚନ ମିଶ୍ରଙ୍କୁ ଓସ୍ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ରିଲିଫ୍ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ସେହିପରି ବାଲେଶ୍ୱର ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆର୍ଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆର୍ଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ, ଦେବାଶୀଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ୱେରେଜ ବୋର୍ଡର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି।
ସେହିପରି ଲଲାଟ କୁମାର ଲୁହାଙ୍କୁ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏ ପିଏ , ଅଶ୍ୱିନୀ କୁମାର ମେହରଙ୍କୁ ବୌଦ୍ଧ ଉପଜିଲ୍ଲାପାଳ, ସରୋଜିନୀ ପ୍ରସନ୍ନ କୁଲ୍ଲୁଙ୍କୁ ସୁନ୍ଦରଗଡ଼ର ଅତିରିକ୍ତ ଉପଜିଲ୍ଲାପାଳ, ସରୋଜ କୁମାର ଦାଶଙ୍କୁ ଛତ୍ରପୁରର ଅତିରିକ୍ତ ଉପଜିଲ୍ଲାପାଳ ଓ ରଶ୍ମିରେଖା ସ୍ୱାଇଁଙ୍କୁ ବୋର୍ଡ ଅଫ୍ ରେଭନ୍ୟୁରେ ଉପସଚିବ ଭାବେ ବଦଳି କରାଯାଇଛି। ସେହିପରି ବଡ଼ସାହି ବିଡିଓ ଦିଲ୍ଲୀପ କୁମାର ମହାରଣାଙ୍କ ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳିକୁ ବାତିଲ କରାଯାଇଛି।