ମଝି ରାସ୍ତାରେ ଶିକ୍ଷୟିତ୍ରୀଙ୍କୁ ଗୋଡାଇ ଗୋଡାଇ ହାଣିଲା ଦୁର୍ବୃତ୍ତ

ଯାଜପୁର,ଏନ୍ଏନ୍ଏସ୍: ଯାଜପୁର ରୋଡ ରାଚିପୁର ଛକରେ ଜଣେ ଯୁବକ ଶିକ୍ଷୟିତ୍ରୀଙ୍କୁ ଗୋଡାଇ ଗୋଡାଇ ହାଣିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଶିକ୍ଷୟିତ୍ରୀ ଜଣଙ୍କ ଅନ୍ୟଜଣେ ଶିକ୍ଷକଙ୍କ ସହିତ ବାଇକରେ ବସି ଯାଉଥିବା ବେଳେ ଦୁର୍ବୃତ୍ତ ଜଣଙ୍କ ସେମାନଙ୍କୁ ଗୋଡାଇ ଥିଲେ। ଏହି ସମୟରେ ଦୁର୍ବୃତ୍ତ ଜଣଙ୍କ ଏକ ଧାରୁଆ ଅସ୍ତ୍ରରେ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ହୋଇଛି। ସେହିପରି ଶିକ୍ଷକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।