କରୋନା ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଶୁକ୍ରବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୯୭୨କୁ ବୃଦ୍ଧି ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୩ ଦିନରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗୁରୁବାର ୪୦୧ ଜଣ ଏବଂ ବୁଧବାର ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଗଞ୍ଜାମରୁ ସର୍ବାଧିକ ୧୮୫ ଜଣ ଏବଂ ରାୟଗଡାରୁ ୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବଲାଙ୍ଗୀରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ ଓ ସୁନ୍ଦରଗଡରୁ ୨୪ ଜଣ ଲେଖାଏଁ , ଅନୁଗୋଳରୁ ୨୩, ବାଲେଶ୍ୱରରୁ ଓ ଜଗତସିଂହପୁରରୁ ୧୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଜପତି, ଝାରସୁଗୁଡା ଏବଂ ନବରଙ୍ଗପୁରରୁ ୮ ଜଣ ଲେଖାଏଁ ଓ ମୟୂରଭଞ୍ଜରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭,୯୭୨କୁ ବୃଦ୍ଧି ପାଇଛି।