ଓଡ଼ିଶାରେ ଆଜି ୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୬୪ରେ ପହଞ୍ଚିଛି। ତେବେ ସମସ୍ତ ୩ ମୃତକ ଗଞ୍ଜାମ ଜିଲ୍ଲାର ଥିବା ସୂଚନା ରହିଛି। ସେହିପରି ଗଞ୍ଜାମ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୩୯ରେ ପହଞ୍ଚିଛି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୧୨୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ଲୋକ ରହିଛନ୍ତି। ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।