ଖୁସି ଖବର, ଆଜି ରାଜ୍ୟରେ ସର୍ବାଧିକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ସର୍ବାଧିକ ୬୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ସୁସ୍ଥଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୮ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୩୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୭ ଜଣ, କଟକରୁ ୩୨ଜଣ, ବାଲେଶ୍ୱରରୁ ୨୫ ଜଣ, କେନ୍ଦୁଝରରୁ ୨୩ ଜଣ, ମୟୁରଭଞ୍ଜରୁ ୧୮ ଜଣ, ଭଦ୍ରକ ଓ ପୁରୀରୁ ୧୨ ଜଣ ଲେଖାଏଁ, ସମ୍ବଲପୁରରୁ ୮ଜଣ, ବରଗଡ ଓ ଜଗତସିଂହପୁରରୁ ୭ ଜଣ ଲେଖାଏଁ, ଯାଜପୁରରୁ ୬ଜଣ , ଝାରସୁଗୁଡା କେନ୍ଦ୍ରାପଡାରୁ ୪ ଜଣ ଲେଖାଏଁ, ବଲାଙ୍ଗିରରୁ ୩ଜଣ, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡାରୁ ୨ ଜଣ ଲେଖାଏଁ ଏବଂ ଗଜପତି ଓ ନୟାଗଡରୁ ଜଣେ ଲେଖାଏଁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ଉକ୍ତ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ୯୮୬୪ ଜଣ ଆରୋଗ୍ୟଲାଭ କରିଛନ୍ତି।