ଭୁବନେଶ୍ୱର,ଏନ୍ଏନ୍ଏସ୍: କଟକ ଏସିବି ମେଡିକାଲରେ ଆଜି ପ୍ଲାଜମା ଥେରାପି ଉଦଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି, କରୋନା ବିରୋଧୀ ଲଢ଼େଇରେ ପ୍ଲାଜମା ଥେରାପି ଉପାଦେୟ ଅସ୍ତ୍ର ହେବ। ଓଡ଼ିଶାର କୌଣସି ଜଣେ ବ୍ୟକ୍ତି ମେଡିକାଲ ସୁବିଧାରୁ ବଞ୍ଚିତ ହେବେନାହିଁ। ରାଜ୍ୟବାସୀଙ୍କୁ ପ୍ଲାଜମା ଥେରୋପି ମାଗଣାରେ ମିଳିବ। ଏଥିସହିତ ସବୁ କରୋନା ଆରୋଗ୍ୟଙ୍କୁ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।