ବାରିପଦା,ଏନ୍ଏନ୍ଏସ୍: ମୟୂରଭଞ୍ଜ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଆଜି ଜିଲ୍ଲାରେ ନୂଆ ୨୧ କରୋନା ପଜିଟିଭ ଚିହ୍ନଟ ହେବାପରେ ସଂକ୍ରମିତଙ୍କ ସଂଖ୍ୟା ୩୯୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତମାନଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ଯାଞ୍ଚ କରାଯାଉଛି ବୋଲି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେହିପରି ଜୁଲାଇ ୧୫ ସନ୍ଧ୍ୟା ସୁଦ୍ଧା ଜିଲ୍ଲାରେ ସୁସ୍ଥ ସଂଖ୍ୟା ୩୦୯ ରହିଥିବାବେଳେ ଆଜିକୁ ମିଶାଇ ସକ୍ରିୟ ସଂଖ୍ୟା ୮୬ ଏବଂ ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
ସୂତ୍ରରୁ ମୃତ୍ୟୁ ସଂଖ୍ୟା ୨ ଥିବାର ଜଣାପଡ଼ିଛି।