ବଲାଙ୍ଗିରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲାରେ ଆଜି ୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗିର ସହରର ୨ଜଣ ରହିଥିବାବେଳେ ପାଟଣାଗଡ଼ ସହରର ଜଣେ ରହିଛନ୍ତି। ବଲାଙ୍ଗିର ସହରରୁ ଚିହ୍ନଟ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ତାଲପାଲି ପଡ଼ାର ୫୬ ବର୍ଷୀୟ ପୁରୁଷ ଓ ଅନ୍ୟଜଣେ ସୁଦପଡ଼ାର ୭୩ ବର୍ଷୀୟ ବୃଦ୍ଧ ରହିଥିବା ଜଣାପଡ଼ିଛି। ସେହିପରି ପାଟଣାଗଡ଼ ସହରରୁ ଜଣେ ୨୮ ବର୍ଷୀୟ ଯୁବକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମଣ ବୋଲି ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୭୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୫୩ଜଣ ଚିକିତ୍ସିତ ହେଉଛନ୍ତି।