ଭୁବନେଶ୍ୱର ୟୁନିଟ-୪ ମାର୍କେଟ ସିଲ କଲା ବିଏମସି, ସୀତାପୁର ଓ ତ୍ରିନାଥ ବସ୍ତିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ୟୁନିଟ-୪ ମାର୍କେଟରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମସି ଓ ବିଡିଏର ଏନଫୋର୍ସମେଣ୍ଟ ସ୍କ୍ୱାଡ ପକ୍ଷରୁ ଉକ୍ତ ମାର୍କେଟକୁ ସିଲ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଞ୍ଚଳକୁ ସିଲ କରାଯାଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ନୟାପଲ୍ଲୀର ସୀତାପୁର ଓ ତ୍ରିନାଥ ବସ୍ତି ଅଞ୍ଚଳରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଏହାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଆଜିଠାରୁ ଏହି କଟକଣା ଲାଗୁ ହୋଇଛି। ତେବେ କଣ୍ଟେନମେଣ୍ଟ ଜୋନରେ ବିଏମସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି।