ରାମନାଗୁଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ ପରିସରରେ କିସ୍ ତରଫରୁ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପାଠ୍ୟପୁସ୍ତକ ଏବଂ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଇଛି। ଏହି ଅବସରରେ ରାମନାଗୁଡା ବ୍ଲକ୍ ଅଧ୍ୟକ୍ଷା ରଜନୀ ମାଣ୍ଡାଙ୍ଗି, ବିଡ଼ିଓ ବେଣୁଧର ଶବର, ଜିଲ୍ଲା ସମ୍ପାଦକ ତଥା ବରିଷ୍ଠ ବିଜେଡି ନେତା ଗଗନ ଆଚାର୍ଯ୍ୟ, ବ୍ଲକ ଉପାଧ୍ୟକ୍ଷ ସୂର୍ଯ୍ୟରାଓ କୁମ୍ଭୀରିକା ପ୍ରମୁଖ ଉପସ୍ଥିତ ରହି ପାଠ୍ୟ ପୁସ୍ତକ ବଣ୍ଟନ କରିଥିଲେ।
