ରାଜ୍ୟରେ ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ: ସଂଖ୍ୟା ୧୧ ହଜାର ଟପିଲା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା୧୧ହଜାର ୩୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଜି ସୁସ୍ଥ ହୋଇଥିବା ୪୫୩ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୨୦, ସୁନ୍ଦରଗଡ଼ରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗିରରୁ ୨୬, କେଉଁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରି ଜିଲ୍ଲାରୁ ୧୩ ଲେଖାଏଁ ରହିଛନ୍ତି। ଅନ୍ୟପଟେ ଯାଜପୁର ଓ ଗଜପତିରୁ ୧୦ ଲେଖାଏଁ, ଅନୁଗୁଳରୁ ୯, କେନ୍ଦ୍ରାପଡ଼ାରୁ ୬, କୋରାପୁଟରୁ ୪, କଟକରୁ ୩, ଭଦ୍ରକରୁ ୨, ମୟୁରଭଞ୍ଜ, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୧୧୦ ହୋଇଥିବାବେଳେ ୧୧ ହଜାର ୩୩୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୮୩ ଜଣଙ୍କର ମୃତ୍ୟୁ ଘଟିଛି ଓ ୪,୬୯୭ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।