ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ଗତ ଦିନ ଅପେକ୍ଷା ଆଜି ଭାରତରେ ସର୍ବାଧିକ ୩୭ ହଜାର ୭୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ଲକ୍ଷ ୯୨ ହଜାର ୯୧୫କୁ ବୃଦ୍ଧି ପାଇଛି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୪୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨୮ ହଜାର ୭୩୨ରେ ପହଞ୍ଚିଛି। କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭ ଲକ୍ଷ ୫୩ ହଜାର ୫୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ବର୍ତ୍ତମାନ ୪ ଲକ୍ଷ ୧୧ ହଜାର ୧୩୩ ଜଣ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।