ନୂଆଦିଲ୍ଲୀ,ଏଜେନ୍ସି: ଗୋଟିଏ ଦିନରେ ଦେଶରେ ସର୍ବାଧିକ ୪୮ ହଜାର ୬୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୭୦୫ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩୨ ହଜାର ୬୩ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଲକ୍ଷ ୮୫ ହଜାର ୫୭୭ ଜଣ ସୁସ୍ଥ ହୋଇଥିବା ବେଳେ ୪ ଲକ୍ଷ ୬୭ ହଜାର ୮୮୨ ଜଣ ସକ୍ରିୟ ଅଛନ୍ତି।