ଦେବଗଡ଼ରେ ପୁଣି ୧୧ କରୋନା ପଜିଟିଭ ଚିହ୍ନଟ

ଦେବଗଡ଼,ଏନ୍ଏନ୍ଏସ୍:ଦେବଗଡ଼ ଜିଲ୍ଲାରୁ ଆଜି ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭ ସଂଖ୍ୟା ୮୧କୁ ବୃଦ୍ଧି ପାଇଛି। ସେହିପରି ଜିଲ୍ଲାର ୬୬ କରୋନା ଆକ୍ରାନ୍ତ ସୁସ୍ଥହୋଇ ଘରକୁ ଫେରିଥିବାବେଳେ ୧୫ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜି ୩ଜଣ ମହିଳା ମହାବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଅନ୍ୟ ୮ ଜଣ କଂସର ସଙ୍ଗରୋଧ କେନ୍ଦ୍ରରୁ ଥିବା ଜଣାପଡ଼ିଛି। ଏଥିରୁ ୩ଜଣ ମହିଳା ଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।