ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ବ୍ରଜରାଜନଗର ପୌରପରିଷଦରୁ ୩ଜଣ, ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୨ଜଣ, ଝାରସୁଗୁଡ଼ା, ଲଇକେରା ଓ ଲଖନପୁର ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କୁ ଝାରସୁଗୁଡ଼ା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଆଜିର ୮ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଛି। ସେଥିମଧ୍ୟରୁ ୧୯୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୭୨ ଜଣ ଚିକିତ୍ସିତ ହେଉଛନ୍ତି।