ନୟାଗଡ଼,ଏନ୍ଏନ୍ଏସ୍: ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ହୋଇଛି। ଶ୍ରୀରାମପୁର ଗ୍ରାମର କାଳିଆ ବେହେରା ଆଜି ବିଲରେ ଧାନଚାଷ ପାଇଁ କାଦୁଅ କରୁଥିବା ବେଳେ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା । ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଥିବା ବେଳେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।