ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୧,୧୧୯ କରୋନା ରୋଗୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ରେକର୍ଡସଂଖ୍ୟକ ୧,୧୧୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୨୩ ହଜାର ୭୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୫୪ ରହିଥିବାବେଳେ ଖୋର୍ଦ୍ଧାରୁ ୯୭, ଗଜପତିରୁ ୮୩, ଯାଜପୁରରୁ ୭୦, କେଉଁଝରରୁ ୫୭, କଟକରୁ ୫୦, ବୌଦ୍ଧରୁ ୪୦, ନୟାଗଡ଼ରୁ ୩୭, ରାୟଗଡ଼ାରୁ ୩୫, ପୁରୀରୁ ୩୧, ବାଲେଶ୍ୱରରୁ ୩୦, ମୟୁରଭଞ୍ଜ ଜିଲ୍ଲାରୁ ୨୯ ଜଣ ରହିଛନ୍ତି। ସେହିପରି ଭଦ୍ରକରୁ ୨୮, ଜଗତସିଂହପୁରରୁ ୨୭, ଢେଙ୍କାନାଳରୁ ୨୪, ସୁନ୍ଦରଗଡ଼ରୁ ୨୨, କନ୍ଧମାଳରୁ ୧୭, ବଲାଙ୍ଗିର ଓ ସମ୍ବଲପୁରରୁ ୧୬ ଲେଖାଏଁ, ମାଲକାନଗିରିରୁ ୧୫, ନବରଙ୍ଗପୁରରୁ ୧୨, କେନ୍ଦ୍ରାପଡ଼ାରୁ ୧୧, ଅନୁଗୁଳ ଓ କୋରାପୁଟରୁ ୫ ଲେଖାଏଁ, ବରଗଡ଼ରୁ ୪, ସୋନପୁରରୁ ୩, ଝାରସୁଗୁଡ଼ାରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୨୯୭ ହୋଇଥିôବାବେଳେ ୨୩ ହଜାର ୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୦୭ଜଣଙ୍କର ମୃତ୍ୟୁ ଘଟିଛି ଓ ୧୩ ହଜାର ୧୭ ଜଣ ଚିକିତ୍ସିତ ହେଉଛନ୍ତି।