ନୂଆଦିଲ୍ଲୀ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏସମ୍ପର୍କରେ ନିଜେ ସିଦ୍ଧରମୈୟା ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବାକୁ ପରାମର୍ଶ ଦେଇଛନ୍ତି।
