ନୂଆଦିଲ୍ଲୀ: ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୋପାଳ ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଟ୍ୱିଟ କରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୂଚନା ଦେଇଛନ୍ତି।
