ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ୨୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ଜଣ ଓ ସ୍ଥାନୀୟ ସଂକ୍ରମଣ ୧୧୪ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୫୯୯କୁ ବୃଦ୍ଧି ପାଇଛି। ଏଥିସହିତ ୧୭୪ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
