ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଇଏଏସ୍ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କେନ୍ଦ୍ରପଡ଼ା ଲାଗି ହେମନ୍ତ ଶର୍ମା, କଟକ- ଡି.କେ ସିଂହ, ବାଲେଶ୍ୱର- ବିଶାଲ ଦେବ, ଭଦ୍ରକ-ବିଷ୍ଣୁପଦ ସେଠୀ, ଯାଜପୁର- ଭି.ଭି. ଯାଦବ, ଜଗତସିଂହପୁର-ସତ୍ୟବ୍ରତ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି। ଅନ୍ୟପଟେ କେନ୍ଦ୍ରାଞ୍ଚଳ ଆରଡିସି ଅନୀଲ ସାମଲଙ୍କୁ ପୁରୀ ଜିଲ୍ଲା ଦାୟିତ୍ୱ ହସ୍ତାନ୍ତର କରାଯାଇଛି।
