ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରେ ୧,୧୧୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୭୩,୮୯୦ରେ ପହଞ୍ଚିଛି।
ସେହିପରି ଗୋଟିଏ ଦିନରେ ଆଉ ୮୯,୭୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩,୭୦,୧୨୯କୁ ବୃଦ୍ଧି ପାଇଛି। ସେଥିରୁ ୮,୯୭,୩୯୪ ଜଣ ସକ୍ରିୟ ଥିବାବେଳେ ୩୩,୯୮,୮୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି।