ଭୁବନେଶ୍ୱର,ଏନ୍ଏନ୍ଏସ୍:ରାଜଧାନୀ ଭୁବନେଶ୍ୱରରେ ଆଜି କରୋନା ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥହାର ଅଧିକ ରହିଛି। ଗୋଟିଏ ପଟେ ୩୫୧ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଅନ୍ୟପଟେ ୪୭୧ଜଣ ସୁସ୍ଥ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୧୧୩ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୮ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
