ଆସନ୍ତା ୨୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ୨୦ ତାରିଖରୁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯଦି କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ଥାଆନ୍ତି ୨୦ ତାରିଖ ସୁଦ୍ଧା ସ୍ଥଳଭାଗକୁ ଫେରିଆସିବାକୁ କୁହାଯାଇଛି। ସେହିପରି ୨୦ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ଆକଳନ କରାଯାଇଛି।

ଅନ୍ୟପଟେ ୧୩ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।