ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୦୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୯୦ଜଣ ଓ ସ୍ଥାନୀୟ ସଂକ୍ରମଣ ୨୧୫ଜଣ ରହିଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୯୨୫କୁ ବୃଦ୍ଧି ପାଇଛି। ଅନ୍ୟପଟେ ୫୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଅର୍ଥାତ ଲଗାତାର ଭାବେ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
