ରାଜ୍ୟରେ ଆଜି ୪୧୦୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,(ଏନ୍‌ଏନ୍‌ଏସ୍‌) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୩୭,୫୬୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୮୨, କଟକରୁ ୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।