ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୪୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୪୪ଜଣ ରହିଛନ୍ତି। ଅନ୍ୟପଟେ ୪୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। କହିବାକୁ ଗଲେ, ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥସଂଖ୍ୟା ଲଗାତାର ଭାବେ ବଢ଼ି ଚାଲିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
