ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ଦିନକରେ ୮୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ହଜାର ୫୩୧କୁ ବୃଦ୍ଧି ପାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୪୯ଜଣ, ଝାରସୁଗୁଡା ବ୍ଲକରୁ ୭ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୧୩ ଜଣ, କୋଲାବିରା ବ୍ଲକ ଅଞ୍ଚଳରୁ ୧୧ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳ ଓ କିର୍ମିରାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ଜଣେ ଆକ୍ରାନ୍ତ ଭିମସାର ବୁର୍ଲ୍ଲା ଓ ଅନ୍ୟଜଣେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶଯୋଗ୍ୟ ଯେ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୩୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୫୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୮୯୧ ଜଣଙ୍କ ଚିକିତ୍ସା ଜାରି ରହିଛି।