ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୩୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୩ ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟରେ ୩୮୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ତଥ୍ୟ ମିଳିଛି। ଏଥିସହିତ ରାଜ୍ୟରେ ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୧,୫୩,୨୧୩ରେ ପହଞ୍ଚିଛି।

ଏହି ନୂତନ ସୁସ୍ଥଙ୍କ ମଧ୍ୟରେ ସର୍ବାଧିକ ୫୨୫ ଜଣ ଖୋର୍ଦ୍ଧାରୁ ରହିଛନ୍ତି। ସେହିପରି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୁଳରୁ ୨୧୦, ବରଗଡ଼ରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗିରରୁ ୧୮୩, କେନ୍ଦ୍ରାପଡ଼ାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ବଲପୁରରୁ ୧୩୮, ଜଗତସିଂହପୁରରୁ ୧୨୩, ମୟୂରଭଞ୍ଜରୁ ୧୨୨, ଯାଜପୁରରୁ ୧୧୮, କନ୍ଧମାଳରୁ ୧୧୦, ସୁନ୍ଦରଗଡ଼ରୁ ୧୧୦, ନବରଙ୍ଗପୁରରୁ ୯୭, ସୋନପୁରରୁ ୯୩, ନୂଆପଡ଼ାରୁ ୯୧, କୋରାପୁଟରୁ ୭୪, ଝାରସୁଗୁଡ଼ାରୁ ୭୦, କେନ୍ଦୁଝରରୁ ୫୫, ନୟାଗଡ଼ରୁ ୫୫, ଭଦ୍ରକରୁ ୫୩, ବୌଦ୍ଧରୁ ୪୧, ମାଲକାନଗିରିରୁ ୨୭, ରାୟଗଡ଼ାରୁ ୨୨, ଦେବଗଡ଼ରୁ ୨୦, ଢ଼େଙ୍କାନାଳରୁ ୧୭, ଗଞ୍ଜାମରୁ ୧୭, ଗଜପତିରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ରହିଛି।