କରୋନାରେ ସୁସ୍ଥ ହେଲେ ୪୩୮୮ ଆକ୍ରାନ୍ତ: ମୋଟ ସୁସ୍ଥ ସଂଖ୍ୟା ୧,୬୫,୪୩୨

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଆଜି ୪,୩୮୮ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆଜି ମୋଟ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୬୫ ହଜାର ୪୩୨ରେ ପହଞ୍ଚିଛି।

ଏହି ନୂତନ ସୁସ୍ଥ ସଂଖ୍ୟା ମଧ୍ୟରେ ଖୋର୍ଦ୍ଧାରୁ ୭୪୪ ଜଣ ଅଛନ୍ତି। ସେହିପରି କଟକରୁ ୪୯୬, ପୁରୀରୁ ୧୮୩, ନୂଆପଡ଼ାରୁ ୧୭୯, ବରଗଡ଼ରୁ ୧୭୪, ଝାରସୁଗୁଡ଼ାରୁ ୧୬୭, ଯାଜପୁରରୁ ୧୫୯, ଅନୁଗୁଳରୁ ୧୪୪, ବାଲେଶ୍ୱରରୁ ୧୪୨, ରାୟଗଡ଼ାରୁ ୧୩୮, ସୁନ୍ଦରଗଡ଼ରୁ ୧୨୮, କନ୍ଧମାଳରୁ ୧୨୬, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ସମ୍ବଲପୁରରୁ ୧୧୪, ମୟୂରଭଞ୍ଜରୁ ୧୦୯, ବୌଦ୍ଧରୁ ୧୦୧, କେନ୍ଦ୍ରାପଡ଼ାରୁ ୧୦୦, ଭଦ୍ରକରୁ ୮୯, କୋରାପୁଟରୁ ୮୮, କେନ୍ଦୁଝରରୁ ୭୩, ଢ଼େଙ୍କାନାଳରୁ ୫୭, ସୋନପୁରରୁ ୫୬, ଗଞ୍ଜାମରୁ ୪୯, ବଲାଙ୍ଗିରରୁ ୪୭, ନୟାଗଡ଼ରୁ ୪୪, କଳାହାଣ୍ଡିରୁ ୪୩, ମାଲକାନଗିରିରୁ ୪୦, ଗଜପତିରୁ ୩୨ ଏବଂ ଦେବଗଡ଼ରୁ ୧୦ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ଜଣାପଡ଼ିଛି। ସେହିପରି ଷ୍ଟେଟ ପୁଲରୁ ୩୨୬ ଜଣ ସୁସ୍ଥ ହୋଇଛନ୍ତି।

ଅନ୍ୟପଟେ ଆଜି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ପାର ହୋଇଛି।