ଭୁବନେଶ୍ୱର,ଏନ୍ଏନ୍ଏସ୍: କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ମନ୍ତ୍ରୀ ତୁଷାରକାନ୍ତି ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଆଜି ମୋର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ତେଣୁ ମୁଁ ନିଜକୁ ଗୃହ ସଂଗରୋଧରେ ରଖିଛି। ତେବେ ଏହି ୭ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଂଗରୋଧରେ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି।