ରାଜ୍ୟର ସମସ୍ତ ଜିଲ୍ଲାରୁ ୪,୩୫୬ କରୋନା ପଜିଟିଭ ଚିହ୍ନଟ: ୧୬ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ସମସ୍ତ ଜିଲ୍ଲାରୁ ୪,୩୫୬ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨,୫୨୯ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୮୨୭ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫ହଜାର ୪୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯୦୨, କଟକରୁ ୪୦୯, ଅନୁଗୁଳରୁ ୧୯୭, ବାଲେଶ୍ୱରରୁ ୧୯୪, ନୂଆପଡ଼ାରୁ ୧୭୩, ଜଗତସିଂହପୁରରୁ ୧୭୧, ମୟୁରଭଞ୍ଜରୁ ୧୫୩, ଝାରସୁଗୁଡ଼ାରୁ ୧୨୦ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ ଜଣ ରହିଛନ୍ତି।
ଅନ୍ୟପଟେ କରୋନା ଯୋଗୁ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪, କୋରାପୁଟ ଓ ପୁରୀରୁ ୩ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର, କଟକ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୦ଲକ୍ଷ ୬୨ହଜାର ୭୧୭ କରୋନା ଟେଷ୍ଟ ହୋଇଥିବାବେଳେ ୨ଲକ୍ଷ ୫ହଜାର ୪୫୨ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୧ଲକ୍ଷ ୬୫ ହଜାର ୪୩୨ ଜଣ ସୁସ୍ଥ ହୋଇଛନ୍ତି ଓ ୭୮୩ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୯ ହଜାର ୧୮୪ ଜଣ ଚିକିତ୍ସିତ ହେଉଛନ୍ତି।