ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୧ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ହଜାର ୧୯୭କୁ ବୃଦ୍ଧି ପାଇଛି। ଅନ୍ୟପଟେ ୩୨୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
