ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ୍ ପଲସଦା ଗ୍ରାମ ନିକଟସ୍ଥ ଏକ ବରଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତକ ଜଣକ ପଲସଦା ଗ୍ରାମର ପ୍ରଶନ୍ନ କନ୍ଦଙ୍କ ପୁଅ ମାଧବ କନ୍ଦ(୪୦) ବୋଲି ଜଣାପଡ଼ିଛି। ମିଳିଥିବା ରିପୋର୍ଟ ମୁତାବକ, ମାଧବ ଗତକାଲି ରାତିରୁ ଘରକୁ ଯାଇନଥିବାବେଳେ ଆଜି ସକାଳେ ତାଙ୍କ ମୃତଦେହ ଗାଁ ନିକଟସ୍ଥ ବରଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସେମାନେ ଏନେଇ ରେଙ୍ଗାଲି ପୁଲିସକୁ ଖବର ଦେବାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ୍ୟୁର ପ୍ରକୃତ କାରଣ ତଦନ୍ତ ପରେ ଜଣାପଡ଼ିବ ବୋଲି ପୁଲିସ ପ୍ରକାଶ କରିଛି।