ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧୪ କରୋନା ରୋଗୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ସୁସ୍ଥଙ୍କ ସଂଖ୍ୟା ଆକ୍ରାନ୍ତଙ୍କ ଠାରୁ ଅଧିକ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଆଉ ୪୦୧୪ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୭୭ ହଜାର ୫୮୫ରେ ପହଞ୍ଚିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୪୫ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୪୦୪, ପୁରୀରୁ ୨୯୮, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୬୭, ମୟୂରଭଞ୍ଜରୁ ୧୫୯, ସମ୍ବଲପୁରରୁ ୧୫୭, ଅନୁଗୁଳରୁ ୧୪୩, ବାଲେଶ୍ୱରରୁ ୧୩୧, କନ୍ଧମାଳରୁ ୧୩୦, ଝାରସୁଗୁଡ଼ାରୁ ୧୨୪, କେନ୍ଦ୍ରାପଡ଼ାରୁ ୧୧୯, ବରଗଡ଼ରୁ ୧୧୩, ବୌଦ୍ଧରୁ ୧୧୩, କଳାହାଣ୍ଡିରୁ ୯୦, ଢ଼େଙ୍କାନାଳରୁ ୮୬, ନବରଙ୍ଗପୁରରୁ ୮୬, କୋରାପୁଟରୁ ୮୧, ନୂଆପଡ଼ାରୁ ୮୦, ସୋନପୁରରୁ ୭୮, ବଲାଙ୍ଗିରରୁ ୭୫, ଭଦ୍ରକରୁ ୭୩, କେନ୍ଦୁଝରରୁ ୭୩, ସୁନ୍ଦରଗଡ଼ରୁ ୬୮, ମାଲକାନଗିରିରୁ ୫୩, ନୟାଗଡ଼ରୁ ୪୨, ଗଞ୍ଜାମରୁ ୪୧, ରାୟଗଡ଼ାରୁ ୪୧, ଗଜପତିରୁ ୩୧ ଓ ଦେବଗଡ଼ରୁ ୧୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲରୁ ୧୮୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।