ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। କୋଭିଡ ଗାଇଡଲାଇନ ଅନୁସାରେ ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି। ଏଥିସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ହୋମ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି। ଆଉ ଏକତ୍ରିତ ହୋଇ କୋଭିଡକୁ ହରାଇବା ବୋଲି କହିଛନ୍ତି।