୩୦ ଜିଲ୍ଲାରୁ ୩,୬୧୫ କରୋନା ପଜିଟିଭ ଚିହ୍ନଟ : ୧୭ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୩,୬୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨,୧୧୮ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୪୯୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୨ ହଜାର ୭୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୭୧, କଟକରୁ ୩୭୧, ଅନୁଗୁଳରୁ ୧୮୮, ଯାଜପୁରରୁ ୧୪୪, ମୟୁରଭଞ୍ଜ ଓ ମାଲକାନଗିରିରୁ ୧୨୩, କେନ୍ଦ୍ରାପଡ଼ାରୁ ୧୧୯ ଓ କେଉଁଝର ଜିଲ୍ଲାରୁ ୧୦୯ ଜଣ ରହିଛନ୍ତି।

ଅନ୍ୟପଟେ କରୋନା ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪, କଟକ ଓ ନୟାଗଡ଼ରୁ ୨ ଲେଖାଏଁ, ଅନୁଗୁଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩ଲକ୍ଷ ୬୪୪ ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୨ଲକ୍ଷ ୨୨ ହଜାର ୭୩୪ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୧ଲକ୍ଷ ୮୫ ହଜାର ୭୦୦ଜଣ ସୁସ୍ଥ ହୋଇଛନ୍ତି, ୮୫୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୬ ହଜାର ୧୨୨ ଜଣ ଚିକିତ୍ସିତ ହେଉଛନ୍ତି।