ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୪୦୬୬ ଆକ୍ରାନ୍ତ, ମୋଟ ୧,୯୮,୧୯୪ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ରାଜ୍ୟରେ ଆଜି ୪୦୬୬ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୯୮ ହଜାର ୧୯୪ରେ ପହଞ୍ଚିଛି। ଏହି ମଧ୍ୟରେ ଷ୍ଟେଟପୁଲରୁ ୧୪୯ ଜଣ ଆକ୍ରାନ୍ତ ରହିଛି।

ସେହିପରି ଖୋର୍ଦ୍ଧାରୁ ସର୍ବାଧିକ ୬୪୮ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୁଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡ଼ରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡ଼ାରୁ ୧୫୨, ବରଗଡ଼ରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮, ଭଦ୍ରକରୁ ୧୨୭, ବାଲେଶ୍ୱରରୁ ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡ଼ାରୁ ୧୦୬, ପୁରୀରୁ ୧୦୫, ଝାରସୁଗୁଡ଼ାରୁ ୯୧, ବଲାଙ୍ଗିରରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡ଼ାରୁ ୬୧, ସୋନପୁରରୁ ୬୧, ଗଞ୍ଜାମରୁ ୬୦, କଳାହାଣ୍ଡିରୁ ୬୦, କୋରାପୁଟରୁ ୬୦, ବୌଦ୍ଧରୁ ୫୯, ଢ଼େଙ୍କାନାଳରୁ ୫୭, ନୟାଗଡ଼ରୁ ୪୧, ଦେବଗଡ଼ରୁ ୧୪ ଓ ଗଜପତିରୁ ୧୩ ରହିଛନ୍ତି।