ରାଜଧାନୀରେ ୩୧୯ କରୋନା ପଜିଟିଭ ଚିହ୍ନଟ: କ୍ୱାରେଣ୍ଟାଇନରୁ ୯୨ ଓ ସ୍ଥାନୀୟ ସଂକ୍ରମଣ ୨୨୭ ରାଜ୍ୟ By Nitidin On Oct 5, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୧୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୯୨ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨୭ଜଣ ରହିଛନ୍ତି। ଅନ୍ୟପଟେ ୩୧୫ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଆଜିର ୩୧୯ ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୫୪୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୯ ହଜାର ୮୮୮ଜଣ ସୁସ୍ଥ ହୋଇଛନ୍ତି, ୧୦୪ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୫୩୭ ଜଣ ଚିକିତ୍ସିତ ହେଉଛନ୍ତି। Share