ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୨୬୭୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୫୪ ଜଣ ଓ ସ୍ଥାନୀୟ ସଂକ୍ରମଣ ୧୧୧୯ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାର ୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪୪୮, କଟକରୁ ୨୧୪, ନୂଆପଡ଼ାରୁ ୧୫୯, କେନ୍ଦ୍ରାପଡ଼ାରୁ ୧୫୧, ଅନୁଗୁଳରୁ ୧୨୬, ପୁରୀରୁ ୧୨୪, ମୟୁରଭଞ୍ଜରୁ ୧୦୦, ଭଦ୍ରକରୁ ୯୭, ବଲାଙ୍ଗିରରୁ ୯୩ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ ରହିଛନ୍ତି।
ଅନ୍ୟପଟେ କରୋନା ଯୋଗୁ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୪, ଖୋର୍ଦ୍ଧାରୁ ୩, କଟକରୁ ୨, ମୟୁରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ, ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୫ଲକ୍ଷ ୨୪ ହଜାର ୨୪୨ ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୨ଲକ୍ଷ ୩୮ ହଜାର ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୨ଲକ୍ଷ ୬ ହଜାର ୪୦୦ଜଣ ସୁସ୍ଥ ହୋଇଛନ୍ତି, ୯୪୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୦ ହଜାର ୬୧୦ ଜଣ ଚିକିତ୍ସିତ ହେଉଛନ୍ତି।