ରାଜଧାନୀରୁ ୩୬୫ ନୂଆ କରୋନା ପଜିଟିଭ ଚିହ୍ନଟ: ୩୨୯ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୬ଜଣ ଓ ସ୍ଥାନୀୟ ସଂକ୍ରମଣ ୨୪୯ଜଣ ରହିଛନ୍ତି। ଅନ୍ୟପଟେ ୩୨୯ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଦୀର୍ଘଦିନ ପରେ ସୁସ୍ଥ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୯୧୪ ହୋଇଥିବାବେଳେ ୨୦ ହଜାର ୨୧୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୩ ହଜାର ୫୭୧ ଜଣ ଚିକିତ୍ସିତ ହେଉଛନ୍ତି।