ଅବପାତ ହେଲା ଲଘୁଚାପ, ଆଜିଠାରୁ ପ୍ରବଳ ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ୍‌ର ପରିଣତ ହେବ। ଫଳରେ ଆଜି ମଧ୍ୟାହ୍ନ ସୁଦ୍ଧା ଲଘୁଚାପ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜିଠାରୁ ଦୁଇ ଦିନ ପର୍ୟ୍ୟନ୍ତ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏଥିରେ ଗଜପତି, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲା ରହିଛି। ଅନ୍ୟପଟେ ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।