ଲକ୍ଷ୍ନୌ,ଏଜେନ୍ସି: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ସାଧନା ଗୁପ୍ତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ତାଙ୍କ ପୁଅ ତଥା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଏବଂ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଉଭୟ ପତି-ପତ୍ନୀଙ୍କୁ ଗୁଡ଼ଗାଁ ସ୍ଥିତ ମେନ୍ଦାନ୍ତା ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ମୁଲାୟମ ସିଂଙ୍କର କୋଭିଡ୍ ଟେଷ୍ଟ କରାଯାଇଥିଲା । ମୁଲାୟମ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କ ପତ୍ନୀ ସାଧନାଙ୍କର ମଧ୍ୟ କୋଭିଡ୍ ଟେଷ୍ଟ କରାଯାଇଥିଲା ।