୩୩କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକ ମୃତ

ପାଟଣା, ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ଥାନା ତେଣ୍ଡେରା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି। ଉକ୍ତ ଗ୍ରାମର ସଙ୍କର୍ଷଣ ଲୋହାରଙ୍କ ନୂତନ ଘରର ରଙ୍ଗ ମାରୁଥିବାବେଳେ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ସ୍ୱର୍ଗତ ରାମଚନ୍ଦ୍ର ମହାକୁଡ଼ ଙ୍କ ପୁଅ ରାହୁଲ ମହାକୁଡ଼ (୨୨)ଙ୍କର ମୃତ୍ୟୁ ହୋଇଛି। ଖବରପାଇ ପାଟଣା ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ପୁଲିସ।