ରାଜ୍ୟରେ ଆଉ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୬୦୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୯୩୨ଟି ଆକ୍ଟିଭ କେସ ରହିଥିବା ବେଳେ ୨୫୪୯୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।