ରାଜ୍ୟରେ ପୁଣି ୧୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୭୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୭୯ଟି ଆକ୍ଟିଭ କେସ ରହିଥିବା ବେଳେ ୨୫୭୦୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।